1. ଶ୍ରୀଜଗନ୍ନାଥ ଓ ମଠ ପରମ୍ପରା
2. ସ୍ନାନ ପୂର୍ଣ୍ଣିମା
3. ଶ୍ରୀଜଗନ୍ନାଥ ଓ ଅଣସର
4. ଦଶମୂଳ ମୋଦକ ଖାଇ ସୁସ୍ଥ ହୁଅନ୍ତି ମହାପ୍ରଭୁ
5. ଅଣସର ଓ ଅଲାରନାଥ
6. ଐତିହ୍ୟର ଜୟଯାତ୍ରା - ରଥଯାତ୍ରା
7. ଫଟୋରେ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା
8. ହେରା ପଞ୍ଚମୀ
9. ରଥାରୂଢ଼ ଶ୍ରୀଜୀଉ ଓ ସୁନାବେଶ
10. ମହାପ୍ରଭୁଙ୍କ ଅଧରପଣା
11. ପବିତ୍ର ଘୋଷ ଯାତ୍ରାର ଅନ୍ତିମ ପର୍ବ: ‘ନୀଳାଦ୍ରିବିଜେ’
12. ମହାପ୍ରସାଦକୁ ନେଇ କିଛି ଜଣା ଅଜଣା କଥା
ମହାପ୍ରଭୁଙ୍କ ଅଧରପଣା
ରଥଯାତ୍ରାର ଗୋଟିଏ ଗୁରୁତ୍ୱପୂର୍ଣ୍ଣ ନୀତି ହେଉଛି ‘ଅଧରପଣା’ | ଆଷାଢ଼ ଶୁକ୍ଳପକ୍ଷ ଦ୍ୱାଦଶୀ ସନ୍ଧ୍ୟାରେ ତିନି ରଥ ଉପରେ ପରମ୍ପରା ଅନୁଯାୟୀ ମହାପ୍ରଭୁଙ୍କ ଅଧରପଣା ନୀତି ଅନୁଷ୍ଠିତ ହୁଏ । ସବୁ ତନ୍ତ୍ର, ମନ୍ତ୍ର, ଶାସ୍ତ୍ରର ଊର୍ଦ୍ଧ୍ବରେ ଜଗନ୍ନାଥଙ୍କ ନୀତିକାନ୍ତି । ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆବିର୍ଭାବ ଯେମିତି ରହସ୍ୟମୟ ତାଙ୍କ ନୀତିକାନ୍ତି ମଧ୍ୟ ସେମିତି ବିଚିତ୍ରମୟ ।ତାଙ୍କ ବିଭିନ୍ନ ନୀତିକାନ୍ତି ମଧ୍ୟରେ ଅନନ୍ୟ ହେଉଛି ଅଧରପଣା ନୀତି । ଆସନ୍ତୁ ଜାଣିବା ଏହି ନୀତି ପଛର କାରଣ ।
ଆଷାଢ଼ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥିରେ ରଥ ଉପରେ ଅଧରପଣା ଭୋଗ କରାଯାଇଥାଏ । ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତୀ ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୋଇଥାଏ । ଶ୍ରୀବିଗ୍ରହମାନଙ୍କର ଶ୍ରୀଅଧର ଉଚ୍ଚତା ବିଶିଷ୍ଟ ଲାଉତୁମ୍ବ ଭଳି ନିର୍ମିତ ମାଟିହାଣ୍ଡିରେ ପଣା ସବୁକୁ ରଥ ଉପରେ ରଖାଯାଇଥାଏ । ପ୍ରତି ରଥରେ ୩ଟି ହାଣ୍ଡି ହିସାବରେ ମୋଟ ୯ଟି ହାଣ୍ଡି ଅଧର ପଣା ଭୋଗ କରାଯାଇଥାଏ । ଏହି ୯ ହାଣ୍ଡି ପଣାକୁ ପୂଜାପଣ୍ଡା ସେବକମାନେ ପଞ୍ଚୋପଚାର ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କୁ ଅର୍ପଣ କରିଥାନ୍ତି । ଭୋଗ ହେବା ପରେ ପଣା ଥିବା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯାଏ । ରଥଗୁଡ଼ିକରେ ଥିବା ପାର୍ଶ୍ୱଦେବଦେବୀ, ଚଣ୍ଡଚାମୁଣ୍ଡା ତଥା ଅଶରୀରୀମାନଙ୍କ ଉଦ୍ଧାର ନିମନ୍ତେ ପଣା ହାଣ୍ଡି ସବୁକୁ ଭୋଗ ହେବା ପରେ ଭାଙ୍ଗି ଦିଆଯିବାର ବିଧି ରହିଆସିଛି ।
ମହାପ୍ରଭୁଙ୍କ ଏହି
"ମହାପ୍ରଭୁଙ୍କ ଅଧରପଣା" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ
ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ | ଆପଣ ମାଗଣାରେ ହବ୍ ର ସଦସ୍ୟତା ଗ୍ରହଣ କରିପାରିବେ |