1. ଓଡ଼ିଶାର ପ୍ରଥମ କଥାକୁହା ଚଳଚ୍ଚିତ୍ର: 'ସୀତା ବିବାହ’ 2. ସ୍ମୃତିର ପରଦାରେ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ 'ମାଟିର ମଣିଷ' 3. ସ୍ୱାଧିନତା ପରର ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ଲଳିତା 4. ଚତୁର୍ଥ ଓଡ଼ିଆ କଥାଚିତ୍ର - ‘ସପ୍ତଶଯ୍ୟା’ 5. ଇଂରାଜୀ ଶୀର୍ଷକର ପ୍ରଥମ ଓଡ଼ିଆ ସିନେମା ‘ରୋଲ୍ସ - ୨ - ୮’ 6. ଓଡ଼ିଆ କଥାଚିତ୍ର ‘କନକଲତା’ 7. ପରଦାରେ କୁନ୍ତଳା କୁମାରୀ ଆଚାର୍ଯ୍ୟଙ୍କ ଉପନ୍ୟାସ ‘ଅଦିନ ମେଘ’ 8. ଫକୀରମୋହନ ସେନାପତିଙ୍କ ‘ଛ ମାଣ ଆଠଗୁଣ୍ଠ’ 9. ପ୍ରଥମ ରଙ୍ଗୀନ ଓଡ଼ିଆ ଚଳଚ୍ଚିତ୍ର ‘ଗପ ହେଲେ ବି ସତ’ 10. ଓଡ଼ିଆ ଚଳଚ୍ଚିତ୍ର ‘ସିନ୍ଦୁର ବିନ୍ଦୁ’ 11. ପ୍ରଥମ ଦ୍ୱିଭାଷୀ କଥାଚିତ୍ର ‘ଆମରି ଗାଁ ଝିଅ’ 12. ପ୍ରେମ - ପ୍ରୀତି ଓ ଆତ୍ମୋତ୍ସର୍ଗର ଏକ ଅଭୁଲା ପ୍ରେମକାହାଣୀ: କେଦାର ଗୌରୀ 13. ପ୍ରତିଭା ରାୟଙ୍କ ଉପନ୍ୟାସ ‘ଅପରିଚିତା’ ଆଧାରରେ କଥାଚିତ୍ର -'ଅପରିଚିତା' 14. ବିଜୟିନୀ ଦାସଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘ଟିକେ ହସ ଟିକେ ଲୁହ’ 15. ପୌରାଣିକ ଓଡ଼ିଆ କଥାଚିତ୍ର: ଶ୍ରୀଜଗନ୍ନାଥ 16. ଶ୍ରୀରାମ ପଣ୍ଡାଙ୍କ ଅଭିନୀତ ପ୍ରଥମ କଥାଚିତ୍ର - 'ଧରିତ୍ରୀ' 17. ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ‘ଶ୍ରୀଲୋକନାଥ’ 18. ଓଡ଼ିଆ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ପ୍ରଥମ ସିନେମା: ଅଭିମାନ 19. ଗାୟତ୍ରୀ ବସୁ ମଲ୍ଲିକଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘କାବେରୀ’ 20. ବିଦେଶିନୀଙ୍କ ଓଡିଆ କଥାଚିତ୍ର - ପରଦେଶୀ ଚଢ଼େଇ 21. ‘ସୂର୍ଯ୍ୟମୁଖୀ’ ଓ ଲତା ମଙ୍ଗେଶକରଙ୍କ ପ୍ରଥମ ଓଡ଼ିଆ ଗୀତ 22. ନୀରଦ ମହାପାତ୍ରଙ୍କ 'ମାୟା ମିରିଗ' 23. ଓଡ଼ିଆ କଥାଚିତ୍ର ନାରୀ 24. ସ୍ମୃତିର ପରଦାରେ ନବଜନ୍ମ 25. ମ୍ୟୁଜିକାଲ ହିଟ୍ ଯାଯାବର 26. ରାଷ୍ଟ୍ରୀୟ ପୁରସ୍କାରପ୍ରାପ୍ତ ଓଡିଆ କଥାଚିତ୍ର ଅରୁନ୍ଧତୀ 27. ଦ୍ୱୈତ ଭୂମିକାର ପ୍ରଥମ ଓଡ଼ିଆ କଥାଚିତ୍ର -‘ଅଭିନେତ୍ରୀ’ 28. ନିତାଇ ପାଲିତଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ଭାଇ ଭାଇ’ 29. ଓଡ଼ିଆ ସିନେମାରେ ବର୍ଷା ଛିଟା: କେବେ ପ୍ରେମରେ ମତୁଆଲା ତ କେବେ ବିରହରେ ଆନମନା 30. ଓଡ଼ିଆ ସିନେମାରେ ଦେଶପ୍ରେମର ଛିଟା

ଓଡ଼ିଶାର ପ୍ରଥମ କଥାକୁହା ଚଳଚ୍ଚିତ୍ର: 'ସୀତା ବିବାହ’

ଓଡ଼ିଶାର ପ୍ରଥମ କଥାକୁହା କଳାଧଳା ଓଡ଼ିଆ ଚଳଚ୍ଚିତ୍ର ହେଉଛି ‘ସୀତା ବିବାହ’ । ମୋହନ ସୁନ୍ଦର ଦେବ ଗୋସ୍ୱାମୀଙ୍କ ଦ୍ୱାରା ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରଟି ପୌରାଣିକ ବିଷୟବସ୍ତୁକୁ ନେଇ ଗତିଶୀଳ ହୋଇଥିଲା । ମହାକାବ୍ୟ ରାମାୟଣ ଉପରେ ଆଧାରିତ ହୋଇଥିବାବେଳେ ଏହି ଚଳଚ୍ଚିତ୍ରରେ ଭଗବାନ ରାମ - ସୀତାଙ୍କ ବିବାହ ଉପସ୍ଥାପନ କରଯାଇଥିଲା । ଏପ୍ରିଲ ମାସ ୧୯୩୬ ମସିହା, ଓଡିଶା ଇତିହାସର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଦିନ । ଏପ୍ରିଲ ୧ ତାରିଖ ଦିନ ସ୍ଵତନ୍ତ୍ର ଓଡିଶା ପ୍ରଦେଶ ଗଠିତ ହୋଇଥିବା ବେଳେ ୨୮ ଏପ୍ରିଲରେ ଓଡିଶାର ପ୍ରଥମ କଥାକୁହା ଚଳଚ୍ଚିତ୍ର “ସୀତା ବିବାହ” ମୁକ୍ତିଲାଭ କରିଥିଲା । ୧୯୩୬ ମସିହା ଏପ୍ରିଲ ମାସଟି ଉଭୟ ରାଜନୈତିକ ଓ ସାଂସ୍କୃତିକ ଇତିହାସରେ ବେଶ ଗୁରୁତ୍ୱପୂର୍ଣ୍ଣ । ରାଜନୈତିକ ଇତିହାସରେ ରାଜ୍ୟ ଗଠନ ଯେମିତି ଏକ ସ୍ଵର୍ଣ୍ଣିମ ଘଟଣା, ସାଂସ୍କୃତିକ ଇତିହାସରେ ପ୍ରଥମ କଥାକୁହା ଚଳଚ୍ଚିତ୍ର ନିର୍ମାଣ ସେମିତି ଏକ ବିରଳ ଅନୁଭବ ରହିଥିଲା । ଭାରତରେ ପ୍ରଥମ ସବାକ ବା କଥାକୁହା ଚଳଚ୍ଚିତ୍ର ‘ଆଲାମ ଆରା’ ୧୯୩୧ ମସିହାରେ ପ୍ରଦର୍ଶିତ ହୋଇଥିବାବେଳେ ଏହାର ମାତ୍ର ୫ବର୍ଷ ପରେ ଓଡ଼ିଆରେ ଏକ ସଂପୂର୍ଣ୍ଣ କଥାକୁହା ଚଳଚ୍ଚିତ୍ର ନିର୍ମାଣ ହେବା କମ ବଡ଼ କଥା ନୁହେଁ । ପ୍ରଥମ ସିନେମା ନିର୍ମାଣ ହେବାର ପ୍ରାୟ ୧୧ବର୍ଷ ପରେ ଅର୍ଥାତ ୧୯୪୮ ମସିହାରେ ଦ୍ୱିତୀୟ ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ ହୋଇଥିଲା । ୧୯୩୨ରେ ଗୋସେଇଁ

"ଓଡ଼ିଶାର ପ୍ରଥମ କଥାକୁହା ଚଳଚ୍ଚିତ୍ର: 'ସୀତା ବିବାହ’" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ

ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ | ଆପଣ ମାଗଣାରେ ହବ୍ ର ସଦସ୍ୟତା ଗ୍ରହଣ କରିପାରିବେ |