1. ଓଡ଼ିଶାର ପ୍ରଥମ କଥାକୁହା ଚଳଚ୍ଚିତ୍ର: 'ସୀତା ବିବାହ’ 2. ସ୍ମୃତିର ପରଦାରେ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ 'ମାଟିର ମଣିଷ' 3. ସ୍ୱାଧିନତା ପରର ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ଲଳିତା 4. ଚତୁର୍ଥ ଓଡ଼ିଆ କଥାଚିତ୍ର - ‘ସପ୍ତଶଯ୍ୟା’ 5. ଇଂରାଜୀ ଶୀର୍ଷକର ପ୍ରଥମ ଓଡ଼ିଆ ସିନେମା ‘ରୋଲ୍ସ - ୨ - ୮’ 6. ଓଡ଼ିଆ କଥାଚିତ୍ର ‘କନକଲତା’ 7. ପରଦାରେ କୁନ୍ତଳା କୁମାରୀ ଆଚାର୍ଯ୍ୟଙ୍କ ଉପନ୍ୟାସ ‘ଅଦିନ ମେଘ’ 8. ଫକୀରମୋହନ ସେନାପତିଙ୍କ ‘ଛ ମାଣ ଆଠଗୁଣ୍ଠ’ 9. ପ୍ରଥମ ରଙ୍ଗୀନ ଓଡ଼ିଆ ଚଳଚ୍ଚିତ୍ର ‘ଗପ ହେଲେ ବି ସତ’ 10. ଓଡ଼ିଆ ଚଳଚ୍ଚିତ୍ର ‘ସିନ୍ଦୁର ବିନ୍ଦୁ’ 11. ପ୍ରଥମ ଦ୍ୱିଭାଷୀ କଥାଚିତ୍ର ‘ଆମରି ଗାଁ ଝିଅ’ 12. ପ୍ରେମ - ପ୍ରୀତି ଓ ଆତ୍ମୋତ୍ସର୍ଗର ଏକ ଅଭୁଲା ପ୍ରେମକାହାଣୀ: କେଦାର ଗୌରୀ 13. ପ୍ରତିଭା ରାୟଙ୍କ ଉପନ୍ୟାସ ‘ଅପରିଚିତା’ ଆଧାରରେ କଥାଚିତ୍ର -'ଅପରିଚିତା' 14. ବିଜୟିନୀ ଦାସଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘ଟିକେ ହସ ଟିକେ ଲୁହ’ 15. ପୌରାଣିକ ଓଡ଼ିଆ କଥାଚିତ୍ର: ଶ୍ରୀଜଗନ୍ନାଥ 16. ଶ୍ରୀରାମ ପଣ୍ଡାଙ୍କ ଅଭିନୀତ ପ୍ରଥମ କଥାଚିତ୍ର - 'ଧରିତ୍ରୀ' 17. ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ‘ଶ୍ରୀଲୋକନାଥ’ 18. ଓଡ଼ିଆ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ପ୍ରଥମ ସିନେମା: ଅଭିମାନ 19. ଗାୟତ୍ରୀ ବସୁ ମଲ୍ଲିକଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘କାବେରୀ’ 20. ବିଦେଶିନୀଙ୍କ ଓଡିଆ କଥାଚିତ୍ର - ପରଦେଶୀ ଚଢ଼େଇ 21. ‘ସୂର୍ଯ୍ୟମୁଖୀ’ ଓ ଲତା ମଙ୍ଗେଶକରଙ୍କ ପ୍ରଥମ ଓଡ଼ିଆ ଗୀତ 22. ନୀରଦ ମହାପାତ୍ରଙ୍କ 'ମାୟା ମିରିଗ' 23. ଓଡ଼ିଆ କଥାଚିତ୍ର ନାରୀ 24. ସ୍ମୃତିର ପରଦାରେ ନବଜନ୍ମ 25. ମ୍ୟୁଜିକାଲ ହିଟ୍ ଯାଯାବର 26. ରାଷ୍ଟ୍ରୀୟ ପୁରସ୍କାରପ୍ରାପ୍ତ ଓଡିଆ କଥାଚିତ୍ର ଅରୁନ୍ଧତୀ 27. ଦ୍ୱୈତ ଭୂମିକାର ପ୍ରଥମ ଓଡ଼ିଆ କଥାଚିତ୍ର -‘ଅଭିନେତ୍ରୀ’ 28. ନିତାଇ ପାଲିତଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ଭାଇ ଭାଇ’ 29. ଓଡ଼ିଆ ସିନେମାରେ ବର୍ଷା ଛିଟା: କେବେ ପ୍ରେମରେ ମତୁଆଲା ତ କେବେ ବିରହରେ ଆନମନା 30. ଓଡ଼ିଆ ସିନେମାରେ ଦେଶପ୍ରେମର ଛିଟା

ଓଡ଼ିଆ କଥାଚିତ୍ର ‘କନକଲତା’

ସତୁରି ଦଶକରେ ନନ୍ଦକିଶୋର ବଳଙ୍କ ଲୋକପ୍ରିୟ ଉପନ୍ୟାସ ‘କନକଲତା’ ସିନେମାରୂପେ ମୁକ୍ତିଲାଭ କରିଥିଲା । ଗ୍ରାମୀଣ ସଂସ୍କୃତି, ତତ୍କାଳୀନ ଯୌତୁକ ପ୍ରଥା ଓ ସର୍ବୋପରି ପାରିବାରିକ ପୃଷ୍ଠଭୂମିରେ ରଚିତ ଏହି କାହାଣୀର ନିର୍ଦ୍ଦେଶନା ଓ ପ୍ରଯୋଜନା ଭାର ଘନଶ୍ୟାମ ମହାପାତ୍ରଙ୍କ ହାତରେ ରହିଥିଲା । ୧୬୧ ମିନିଟ ଅବଧିର ଏହି ସିନେମାଟି ୧୯୭୩ରେ କ୍ୟାପିଟାଲ ସିନେମା କଟକଠାରେ ମୁକ୍ତିଲାଭ କରିଥିଲା । ପଲ୍ଲୀ କବି ନନ୍ଦ କିଶୋର ବଳଙ୍କ ରଚନାବଳୀରେ ପଲ୍ଲୀ ପ୍ରକୃତିର ସୁନ୍ଦର ବର୍ଣ୍ଣନା ଫୁଟିଉଠିଥାଏ । ପିଲାମାନଙ୍କ ପାଇଁ ତାଙ୍କଦ୍ୱରା ରଚିତ "ନାନା ବାୟା ଗୀତ" ଓଡ଼ିଶାର ଘରେଘରେ ବେଶ୍ ପରିଚିତ । ସେ ୧୦୦ରୁ ଅଧିକ ସନେଟ ମଧ୍ୟ ଲେଖିଯାଇଛନ୍ତି । ତାଙ୍କ ସନେଟ ଗୁଡ଼ିକ ପ୍ରକୃତି ଓ ଜନଜୀବନର ଛବିରେ ପରିପୁଷ୍ଟ । ୧୯୨୫ରେ ସେ କନକଲତା (ଉପନ୍ୟାସ) ନାମରେ ଉପନ୍ୟାସଟିଏ ରଚନା କରିଥିଲେ । ଏହା ଧାରାବାହିକ ଭାବରେ ୧୯୧୩ରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହେଉଥିଲା । ଗାଉଁଲି ସରଳ ଜୀବନକୁ ଯୌତୁକ ଓ ବାଳବିବାହ କିପରି କଳୁଷିତ କରିଥାଏ ତାହାର ଛବି ଏଥିରୁ ଦେଖିବାକୁ ମିଳିଥିଲା । ମୁକ୍ତିଲାଭ କରିଥିବା ଏହି ସିନେମାରେ ହରିଶ ମହାପାତ୍ର, ନମ୍ରତା ଦାସ, ସୁଜାତା ଆନନ୍ଦ, ଜ୍ୟୋତ୍ସ୍ନା, ଗୋକୁଳ କର, ମିନା କୁମାରୀ, ପ୍ରେମଲତା, କାଶୀ ରଥ, ରେବତୀ ଓ ଶାନ୍ତିଲତା ପ୍ରମୁଖ ଅଭିନୟ କରିଥିଲେ । ସିନେମାର ଚିତ୍ରନାଟ୍ୟ ରଚନା କରିଥିଲେ ବସନ୍ତ ମହାପାତ୍ର ।

"ଓଡ଼ିଆ କଥାଚିତ୍ର ‘କନକଲତା’" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ

ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ |