ଦଶମୂଳ ମୋଦକ ଖାଇ ସୁସ୍ଥ ହୁଅନ୍ତି ମହାପ୍ରଭୁ

ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆ ସମାଜ, ସଂସ୍କୃତି ତଥା ଆଧ୍ୟାତ୍ମିକ ଜୀବନର ପ୍ରାଣକେନ୍ଦ୍ର । ତାଙ୍କ ମାନବୀୟ ଲୀଳା ଅତ୍ୟନ୍ତ ବିଚିତ୍ର । ସ୍ନାନପୂର୍ଣ୍ଣିମାରେ ମହାସ୍ନାନ କରିବା ପରେ ଜ୍ୱରରେ ପଡ଼ିଥିଲେ ଶ୍ରୀଜୀଉ । ଦେହରେ ଫୁଲୁରୀ ତେଲ ଓ ଓସ ଲାଗି ପରେ ବି କମିନଥିଲା ମହାପ୍ରଭୁଙ୍କ ଜ୍ଵର । ରାଜବୈଦ୍ୟଙ୍କ ପରାମର୍ଶ କ୍ରମେ ଦଇତାପତି ସେବାୟତମାନେ ଉପଚାର କରିଥିଲେ । ମହାଜ୍ୱର ପାଇଁ କେବଳ ରାଜବୈଦ୍ୟଙ୍କ ଦଶମୂଳ ହେଉଛି ମହୌଷଧୀ । ଶ୍ରୀମନ୍ଦିର ରାଜବୈଦ୍ୟଙ୍କ ଦ୍ୱାରା ଆୟୁର୍ବେଦ ଚେରମୂଳିରେ ପ୍ରସ୍ତୁତ ଦଶମୂଳ ସେବନ ପରେ ହିଁ ଜ୍ୱରରେ ପୀଡ଼ିତ ଥିବା ବିଗ୍ରହ ସୁସ୍ଥତା ଅନୁଭବ କରିଥାନ୍ତି । ଅତ୍ୟନ୍ତ ନିଷ୍ଠା ଓ ପବିତ୍ରତାର ସହ ରାଜବୈଦ୍ୟଙ୍କ ଘରେ ଏହି ଦଶମୂଳ ମୋଦକ ପ୍ରସ୍ତୁତ ହୋଇଥାଏ । ଅନବସର ଦଶମୀ ସନ୍ଧ୍ୟାରେ ଦଶମୂଳ ମୋଦକ ଶ୍ରୀମନ୍ଦିର ଗାରଦରେ ଦାଖଲ ହେବା ପରେ ଏକାଦଶୀ ଦିନ ଅନ୍ୟ ଭୋଗ ସହ ମହାପ୍ରଭୁଙ୍କୁ ଏହା ଲାଗି ହୁଏ । ଜ୍ୱରରେ ପୀଡ଼ିତ ଥିବା ମହାପ୍ରଭୁଙ୍କ ସୁସ୍ଥତା ପାଇଁ ଗଜପତି ମହାରାଜାଙ୍କ ନିର୍ଦ୍ଦେଶ କ୍ରମେ ଶ୍ରୀମନ୍ଦିର ରାଜବୈଦ୍ୟ ଦଶମୂଳ ମୋଦକ ପ୍ରସ୍ତୁତ କରିଥାନ୍ତି । ### ଦଶମୂଳ ମୋଦକ କ’ଣ ? ଏହି ଦଶମୂଳ ମୋଦକ ସଂପୂର୍ଣ୍ଣ ଭାବରେ ଆୟୁର୍ବେଦୀୟ ପଦ୍ଧତିରେ ପ୍ରସ୍ତୁତ ହୋଇଥାଏ । ଏଥିପାଇଁ ଦଶଟି ବୃକ୍ଷର ଚେର, ମୂଳ ଓ ପତ୍ର ଆଦି ଆବଶ୍ୟକ ହୁଏ । ସେହି ଦଶଟି ଦ୍ରବ୍ୟ ହେଉଛି -

"ଦଶମୂଳ ମୋଦକ ଖାଇ ସୁସ୍ଥ ହୁଅନ୍ତି ମହାପ୍ରଭୁ" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ

ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ | ଆପଣ ମାଗଣାରେ ହବ୍ ର ସଦସ୍ୟତା ଗ୍ରହଣ କରିପାରିବେ |