1. ଓଡ଼ିଶାର ପ୍ରଥମ କଥାକୁହା ଚଳଚ୍ଚିତ୍ର: 'ସୀତା ବିବାହ’ 2. ସ୍ମୃତିର ପରଦାରେ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ 'ମାଟିର ମଣିଷ' 3. ସ୍ୱାଧିନତା ପରର ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ଲଳିତା 4. ଚତୁର୍ଥ ଓଡ଼ିଆ କଥାଚିତ୍ର - ‘ସପ୍ତଶଯ୍ୟା’ 5. ଇଂରାଜୀ ଶୀର୍ଷକର ପ୍ରଥମ ଓଡ଼ିଆ ସିନେମା ‘ରୋଲ୍ସ - ୨ - ୮’ 6. ଓଡ଼ିଆ କଥାଚିତ୍ର ‘କନକଲତା’ 7. ପରଦାରେ କୁନ୍ତଳା କୁମାରୀ ଆଚାର୍ଯ୍ୟଙ୍କ ଉପନ୍ୟାସ ‘ଅଦିନ ମେଘ’ 8. ଫକୀରମୋହନ ସେନାପତିଙ୍କ ‘ଛ ମାଣ ଆଠଗୁଣ୍ଠ’ 9. ପ୍ରଥମ ରଙ୍ଗୀନ ଓଡ଼ିଆ ଚଳଚ୍ଚିତ୍ର ‘ଗପ ହେଲେ ବି ସତ’ 10. ଓଡ଼ିଆ ଚଳଚ୍ଚିତ୍ର ‘ସିନ୍ଦୁର ବିନ୍ଦୁ’ 11. ପ୍ରଥମ ଦ୍ୱିଭାଷୀ କଥାଚିତ୍ର ‘ଆମରି ଗାଁ ଝିଅ’ 12. ପ୍ରେମ - ପ୍ରୀତି ଓ ଆତ୍ମୋତ୍ସର୍ଗର ଏକ ଅଭୁଲା ପ୍ରେମକାହାଣୀ: କେଦାର ଗୌରୀ 13. ପ୍ରତିଭା ରାୟଙ୍କ ଉପନ୍ୟାସ ‘ଅପରିଚିତା’ ଆଧାରରେ କଥାଚିତ୍ର -'ଅପରିଚିତା' 14. ବିଜୟିନୀ ଦାସଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘ଟିକେ ହସ ଟିକେ ଲୁହ’ 15. ପୌରାଣିକ ଓଡ଼ିଆ କଥାଚିତ୍ର: ଶ୍ରୀଜଗନ୍ନାଥ 16. ଶ୍ରୀରାମ ପଣ୍ଡାଙ୍କ ଅଭିନୀତ ପ୍ରଥମ କଥାଚିତ୍ର - 'ଧରିତ୍ରୀ' 17. ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ‘ଶ୍ରୀଲୋକନାଥ’ 18. ଓଡ଼ିଆ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ପ୍ରଥମ ସିନେମା: ଅଭିମାନ 19. ଗାୟତ୍ରୀ ବସୁ ମଲ୍ଲିକଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘କାବେରୀ’ 20. ବିଦେଶିନୀଙ୍କ ଓଡିଆ କଥାଚିତ୍ର - ପରଦେଶୀ ଚଢ଼େଇ 21. ‘ସୂର୍ଯ୍ୟମୁଖୀ’ ଓ ଲତା ମଙ୍ଗେଶକରଙ୍କ ପ୍ରଥମ ଓଡ଼ିଆ ଗୀତ 22. ନୀରଦ ମହାପାତ୍ରଙ୍କ 'ମାୟା ମିରିଗ' 23. ଓଡ଼ିଆ କଥାଚିତ୍ର ନାରୀ 24. ସ୍ମୃତିର ପରଦାରେ ନବଜନ୍ମ 25. ମ୍ୟୁଜିକାଲ ହିଟ୍ ଯାଯାବର 26. ରାଷ୍ଟ୍ରୀୟ ପୁରସ୍କାରପ୍ରାପ୍ତ ଓଡିଆ କଥାଚିତ୍ର ଅରୁନ୍ଧତୀ 27. ଦ୍ୱୈତ ଭୂମିକାର ପ୍ରଥମ ଓଡ଼ିଆ କଥାଚିତ୍ର -‘ଅଭିନେତ୍ରୀ’ 28. ନିତାଇ ପାଲିତଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ଭାଇ ଭାଇ’ 29. ଓଡ଼ିଆ ସିନେମାରେ ବର୍ଷା ଛିଟା: କେବେ ପ୍ରେମରେ ମତୁଆଲା ତ କେବେ ବିରହରେ ଆନମନା 30. ଓଡ଼ିଆ ସିନେମାରେ ଦେଶପ୍ରେମର ଛିଟା

ସ୍ମୃତିର ପରଦାରେ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ 'ମାଟିର ମଣିଷ'

ଓଡ଼ିଶାର ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ହେଉଛନ୍ତି କାଳିନ୍ଦୀ ଚରଣ ପାଣିଗ୍ରାହୀ । ତାଙ୍କ ଲେଖାରେ ଓଡ଼ିଶାର ଗ୍ରାମ୍ୟ ପରିବେଶ, ଲୋକଙ୍କର ଆଚାରବିଚାର ପ୍ରମୁଖ ବିଷୟ ଭାବେ ସ୍ଥାନ ପାଉଥିଲା । ପଦ୍ମବିଭୂଷଣ, ସାହିତ୍ୟ ଏକାଡେମୀ ଆୱାର୍ଡ ଆଦି ଉପାଧିରେ ସମ୍ମାନିତ ହୋଇଥିବା ଏହି ଲେଖକଙ୍କର କାଳଜୟୀ ଉପନ୍ୟାସ ହେଉଛି ‘ମାଟିର ମଣିଷ’ । ୧୯୩୧ ମସିହାରେ ଏହି ଉପନ୍ୟାସଟିର ପ୍ରଥମେ ପ୍ରକାଶିତ ହେବା ପରେପରେ ଏହା ୧୯୭୬ ମସିହା ସୁଦ୍ଧା ବତିଶ ଥର ପୁନଃ ପ୍ରକାଶିତ ହୋଇଥିଲା । ୨୦୦୪ ମସିହାରେ ଏହି ଉପନ୍ୟାସଟି ସଚିତ୍ର ସଂସ୍କରଣରେ ପ୍ରକାଶିତ ହୋଇଥିଲା । ଓଡ଼ିଆ ସାହିତ୍ୟ ଜଗତରେ ଏହି କାଳଜୟୀ ଉପନ୍ୟାସକୁ ନେଇ ୧୯୬୬ ମସିହାରେ ମୃଣାଳ ସେନ "ମାଟିର ମଣିଷ" ଶୀର୍ଷକ ଓଡ଼ିଆ କଥାଚିତ୍ର ନିର୍ମାଣ କରିଥିଲେ । ଗୋପାଳ ଛୋଟରାୟ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ । ସିନେମାର ପ୍ରଯୋଜନା ଭାର ବାବୁଲାଲ ଦୋଶୀଙ୍କ ହାତରେ ରହିଥିଲା । ଏହି ଚଳଚ୍ଚିତ୍ରଟି ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ଭାବରେ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବମାନଙ୍କରେ ପ୍ରଦର୍ଶିତ ହେବାର ସୁଯୋଗ ପାଇ ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପ ପାଇଁ ଦିଗ ବାରେଣୀ ସାଜିଥିଲା । ସିନେମାଟି ମୁକ୍ତିଲାଭ କରି ଓଡ଼ିଆ ସିନେ ଜଗତରେ ଏକ ସଫଳ କଳାତ୍ମକ ସିନେମା ରୂପେ ଏକ ମାଇଲ୍ଖୁଣ୍ଟ ସୃଷ୍ଟି କରିବା ସହ ଜାତୀୟ ସିନେ ପୁରସ୍କାର ମଧ୍ୟ ହାତେଇ ଥିଲା । ୧୧୩ ମିନିଟ ଅବଧିର

"ସ୍ମୃତିର ପରଦାରେ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ 'ମାଟିର ମଣିଷ'" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ

ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ |